ପ୍ରଧାନମନ୍ତ୍ରୀଙ୍କ ଜନଆନ୍ଦୋଳନରେ ସାମିଲ ହେବା ପାଇଁ ଓଡ଼ିଶାବାସୀଙ୍କୁ ନିବେଦନ କଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୮/୧୦: କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗୁରୁବାର ଶୁଭାରମ୍ଭ ହୋଇଥିବା ଏକ ଜନଆନ୍ଦୋଳନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ନିଜେ ସାମିଲ ହୋଇ ଓଡ଼ିଶାବାସୀଙ୍କୁ ଏହି ଜନଆନ୍ଦୋଳନରେ ସାମିଲ ହେବାକୁ ନିବେଦନ କରିଛନ୍ତି। ମାସ୍କକୁ ସଠିକ୍ ଭାବରେ ପିନ୍ଧିବା, ସର୍ବସାଧାରଣ ସ୍ଥାନରେ ଦୁଇ ମିଟର ସାମାଜିକ ଦୂରତା ରଖିବା ଏବଂ ହାତକୁ ସଫା ରଖିବା ପାଇଁ ସେ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି।

ଶ୍ରୀ ପ୍ରଧାନ କହିଛନ୍ତି ଆଗାମୀ ପର୍ବ ପର୍ବାଣୀ ସମୟରେ କରୋନା ମୁକାବିଲାରେ ଜନଭାଗିଦାରୀ ବଢାଇବା ଏବଂ କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜନଆନ୍ଦୋଳନର ଶୁଭାରମ୍ଭ କରିଛନ୍ତି। କରୋନା ଟୀକା ନଆସିବା ପର୍ଯ୍ୟନ୍ତ ସମସ୍ତଙ୍କୁ ସତର୍କତା ଅବଲମ୍ବନ କରିବାର ଆବଶ୍ୟକତା ରହିଛି, ଏହା ପ୍ରଧାନମନ୍ତ୍ରୀଙ୍କ ମୂଳ ଆହ୍ୱାନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନରେ ସମସ୍ତେ ନିଜକୁ କରୋନାରୁ ସୁରକ୍ଷିତ ରଖିବା ପାଇଁ ସଂକଳ୍ପ କରିବାକୁ ଶ୍ରୀ ପ୍ରଧାନ ନିବେଦନ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ପାଳନ କଲେ ଏହି କରୋନା ଯୁଦ୍ଧରେ ସମସ୍ତେ ବିଜୟୀ ହୋଇପାରିବା ବୋଲି ସେ କହଛନ୍ତି।

Spread the love