ଶପଥ ପୂର୍ବରୁ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ନରେନ୍ଦ୍ର ମୋଦି

ଆଜି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ ନରେନ୍ଦ୍ର ମୋଦି।   ସେ ଆଜି ସକାଳେ ରାଜଘାଟ ଆସି  ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏହାପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ସମାଧି ସ୍ଥଳକୁ ଯାଇ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହିତ ବିଜେପିର ଅନେକ ବରିଷ୍ଠ ନେତା ସାମିଲ ଥିଲେ। ବିଜେପି ସଭାପତି ଅମିତ ଶାହ, ଜେ.ପି ନଡ୍ଡା, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ପ୍ରକାଶ ସିଂହ ଜାଭଡେକର, ସୁରେଶ ପ୍ରଭୁ, ରବି ଶଙ୍କର ପ୍ରସାଦ, ଗିରିରାଜ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Spread the love