ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ !

ଆସନ୍ତାକାଲି ଓଡ଼ିଶା  ଓ ପଶ୍ଚିମବଙ୍ଗ ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ପାଇଁ ଆସନ୍ତାକାଲି ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ। ବାତ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଓଡ଼ିଶାର ୪ ଜିଲ୍ଲା ବାଲେଶ୍ୱର, ଭଦ୍ରକ,କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲ୍ଲାରେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଏ ନେଇ ଭୁବନେଶ୍ୱର ବିମାନବନ୍ଦରରେ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ। ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ, ପୋଲିସ କମିଶନର ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ଥିବା ଜଣାପଡିଛି।

Spread the love