ସୋସିଆଲ ମିଡିଆରେ କ୍ଷୋଭ ଜାହିର କଲେ ପ୍ରକୃତି ମିଶ୍ର, କହିଲେ ଆଇନଗତ ପଦକ୍ଷେପ ନେବି

ବାବୁସାନଙ୍କ ପତ୍ନୀ ତୃପ୍ତିଙ୍କ ଆକ୍ରମଣ ଘଟଣା ସୋସିଆଲ ମିଡିଆରେ ନିଜ ପକ୍ଷ ରଖିଲେ ପ୍ରକୃତି ମିଶ୍ର । ସେ ଲେଖିଛନ୍ତି, ପ୍ରତ୍ୟେକ କାହାଣୀର ଦୁଇଟି ପାର୍ଶ୍ବ ଥାଏ । ଦୁର୍ଭାଗ୍ୟବଶତଃ ଆମେ ଏମିତି ଏକ ସମାଜରେ ବାସକରୁଛୁ, ଯେଉଁଠାରେ କିଛି ଶୁଣିବା ପୂର୍ବରୁ ହିଁ ମହିଳାଙ୍କୁ ଦୋଷୀ ସଜାଇ ଦିଆଯାଏ । ମୁଁ ଏବଂ ମୋର କୋ-ଷ୍ଟାର ବାବୁସାନ ଚେନ୍ନାଇରେ ରହୁଥିବା ଉତ୍କଳ ସମାଜର ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ବାହାରିଥିଲୁ ।

ସେହି ସମୟରେ ତାଙ୍କ ସ୍ତ୍ରୀ କିଛି ଗୁଣ୍ଡାଙ୍କୁ ଧରି ବାବୁସାନଙ୍କୁ ନିର୍ଯ୍ୟାତନା ଦେବା ସହିତ ମୋତେ ଅତର୍କିତ ଭାବେ ଶାରୀରିକ ଏବଂ ମାନସିକ ଆଘାତ କରିଥିଲେ । ତାଙ୍କ ସ୍ତ୍ରୀଙ୍କର ଏଭଳି ବ୍ୟବହାର ମୋ ପକ୍ଷରେ ଆଦୌ ଗ୍ରହଣଯୋଗ୍ୟନୁହେଁ । ପ୍ରକୃତି ମିଶ୍ରଙ୍କ ବାପା-ମା’ ଭୁବନେଶ୍ବର ଖାରବେଳନଗର ଥାନାରେ ଆଜି ଅଭିଯୋଗ କରିବା ପରେ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ସେପେଟ ତୃପ୍ତିଙ୍କ ସହ ବାବୁସାନଙ୍କ ମା’ ଅପରାଜିତା ମହାନ୍ତି ଖାର.ବେଳ ନଗର ଥାନାକୁ ଯାଇ ପ୍ରକୃତିଙ୍କ ବିରୋଧରେ ପାଲଟା ଅଭିଯୋଗ କରିଛନ୍ତି।

Spread the love