ଭୁବନେଶ୍ଵରକୁ ଏୟାରଲିଫ୍ଟ ହେଲେ ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର: ବିଜେଡି ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଭୁବନେଶ୍ଵର ଏୟାରଲିଫ୍ଟ କରାଯାଇଛି । ସମ୍ବଲପୁର ଜମାଦାରପାଲି ଏୟାରଷ୍ଟ୍ରିପରୁ ଭୁବନେଶ୍ବରର ଏଖ ଘରୋଇ ହସପିଟାଲକୁ ଏୟାରଲିପ୍ଟ କରାଯାଇଛି।  ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ଗଭୀର ଆଘାତ ଲାଗିଥିବାରୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ପ୍ରସନ୍ନଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ରାତି ପ୍ରାୟ ସାଢେ ୧୨ଟା ସମୟରେ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବରଗଡ଼ ଫେରୁଥିବାବେଳେ ରେଢାଖୋଲ ବେଲଡିହି ନିକଟରେ ଏକ ଟ୍ୟାଙ୍କର ତାଙ୍କ କାରକୁ ଧକ୍କା ଦେଇଥିଲା। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରେଢାଖୋଲ ଓ ପରେ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଦୁର୍ଘଟଣାରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପିଏସଓ ଓ ଡ୍ରାଇଭର ମଧ୍ୟ ଆହତ ହୋଇଛନ୍ତି।

Spread the love