ରଥଯାତ୍ରା : ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୨/୦୭: ଆଜି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ନବଦିନାତ୍ମକ ଯାତ୍ରାରେ ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ରତ୍ନବେଦୀରୁ ଜନ୍ମବେଦୀଙ୍କୁ ଯିବେ କାଳିଆ ଠାକୁର। ଭକ୍ତିମୟ ପରିବେଶରେ ବଡଦାଣ୍ଡ ଉଛୁଳି ପଡ଼ୁଛି । କରୋନା କଟକଣା ପାଇଁ ବିନା ଶ୍ରଦ୍ଧାଳୁରେ ରଥଯାତ୍ରା ଅନୁଷ୍ଠିତ ହେଉଛି । ଏହା ସତ୍ତ୍ୱେ ଘଣ୍ଟ, ଘଣ୍ଟା, କାହାଳୀ ବାଜାରେ ପ୍ରକମ୍ପିତ ହେଉଛି ସାରା ପରିବେଶ।

ତେବେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ବିନା ଭକ୍ତରେ ହେଉଛି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ପବିତ୍ର ଘୋଷଯାତ୍ରା ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ରାଷ୍ଟ୍ରପତି ଟ୍ଵିଟ୍ କରି ଲେଖିଛନ୍ତି ଯେ, ଭଗବାନ ଜଗନ୍ନାଥଙ୍କ ରଥଯାତ୍ରାର ସୁଭ ଅବସରରେ ସମସ୍ତ ଦେଶବାସୀଙ୍କୁ ବିଶେଷ କରି ଓଡ଼ିଶାବାସୀଙ୍କୁ ମୋର ହାର୍ଦ୍ଧିକ ଶୁଭେଚ୍ଛା ଏବଂ ଶୁଭକାମନା। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସମସ୍ତ ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି ଏବଂ ଉତ୍ତମ ସ୍ଵାସ୍ଥ୍ୟରେ ପରିପୂର୍ଣ୍ଣ କରନ୍ତୁ ବୋଲି ମୁଁ କାମନା କରୁଛି।

Spread the love