ଆଜି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଓଡ଼ିଶାରେ ମହାମହିମ । ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଜଭବନ ଯାଇ ରାତ୍ରିଯାପନ କରିବେ । ଆସନ୍ତାକାଲି କଟକରେ ରାଷ୍ଟ୍ରପତିଙ୍କ ବିଭିନ୍ନ କାର୍ଯ୍ୟକ୍ରମ ରହିଛି। ଚଣ୍ଡୀ ମନ୍ଦିର, ମଧୁସୂଦନ ସଂଗ୍ରହାଳୟ, ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ବୁଲି ଦେଖିବେ ମହାମହିମ।

ଓଡ଼ିଶା ହାଇକୋର୍ଟଙ୍କ ୭୫ ତମ ପ୍ରତିଷ୍ଠା ପୂର୍ତ୍ତି ପାଳନ ଅବସରରେ ଇଣ୍ଡୋର ଷ୍ଟାଡିୟମରେ ଆୟୋଜିତ ଉତ୍ସବରେ ଯୋଗ ଦେବେ ରାଷ୍ଟ୍ରପତି। ଏସସିବି ମେଡିକାଲ କଲେଜର ବାର୍ଷିକ ଉତ୍ସବ ଓ ଜାତୀୟ ଆଇନ ବିଶ୍ଵବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

୨୭ ତାରିଖରେ ଭୁବନେଶ୍ୱରର ତମାଣ୍ଡୋର ଦଶବାଟିଆ ଠାରେ ବ୍ରହ୍ମକୁମାରୀ କେନ୍ଦ୍ର ଲାଇଟ୍‌ ହାଉସ୍‌ କମ୍ପ୍ଲେକ୍ସର ଶିଳାନ୍ୟାସ କରିବା କାର୍ଯ୍ୟକ୍ରମ ରହିଛି । ଏହାପରେ ନୂଆଦିଲ୍ଲୀ ଫେରିଯିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ଭାବେ ଦାୟିତ୍ୱ ନେବା ପରେ ଦ୍ରୌପଦୀ ମୁର୍ମୁଙ୍କର ଏହା ଚତୁର୍ଥ ଓଡ଼ିଶା ଗସ୍ତ।

Spread the love