ଆଜି ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ

ଆଜି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟପତି ରାମନାଥ କୋବିନ୍ଦ । ସେ ଦୁଇଦିନିଆ ଗସ୍ତରେ ଓଡିଶା ଆସୁଛନ୍ତି ।  ଆସନ୍ତାକାଲି ରାଷ୍ଟ୍ରପତି ଖୋର୍ଦ୍ଧା ବରୁଣେଇ ପାଇକ ସ୍ମୃତିସ୍ଥଳ ଏବଂ ବାଣୀବିହାର ପ୍ଲାଟିନମ ଜୁବଲୀରେ ଯୋଗ ଦେବା କାର୍ଯ୍ୟକ୍ରମ ରହିଛି ।  ଆଜି ସନ୍ଧ୍ୟାରେ ଏକ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ । ସେଠାରେ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବ । ଏହାପରେ ସେ ସିଧାସଳଖ ରାଜଭବନ ଅଭିମୁଖେ ଯିବେ ।  ସେଠାରେ ରାତ୍ରି ଭୋଜନ ସାରି ବିଶ୍ରାମ ନେବେ । 

ରାଷ୍ଟ୍ରପତି ରାମନାଥ କୋବିନ୍ଦ 8 ତାରିଖ ସକାଳେ ଖୋର୍ଦ୍ଧା ବରୁଣେଇ ପାଇକ ସ୍ମୃତିସ୍ଥଳକୁ ଯିବେ । ଖୋର୍ଦ୍ଧାରୁ ଫେରି ବାଣୀବିହାର ପ୍ଲାଟିନମ ଜୁବଲୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେଠାରେ ସେ ନିଜର ଦୀକ୍ଷାନ୍ତ ଭାଷଣ ରଖିବା କାର୍ଯ୍ୟକ୍ରମ ରହିଛି। ଏହାପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ 8 ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରୁ ପୁଣି ଏକ ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିବା କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ପୋଲିସ ବିଭାଗ ମଧ୍ୟ ପ୍ରସ୍ତୁତ ରହିଛି । ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ 50 ପ୍ଲାଟୁନ ପୋଲିସ ଫୋର୍ସ ଦାୟିତ୍ୱରେ ରହିବେ । 

Spread the love