ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦିଅ ଦର୍ଶନ

ପୁରୀ: ଆଜିଠାରୁ ଶ୍ରୀମନ୍ଦିରରେ ପଶ୍ଚିମ ଦ୍ୱାର ଦେଇ ଦର୍ଶନ କରିବେ ଭକ୍ତ। ବଡ଼ଦାଣ୍ଡରେ ଲାଗିଥିବା ସେଡ୍ ଗୁଡ଼ିକ ଖୋଲା ଯାଇଛି କାରଣ ଆଗକୁ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଥିବାରୁ ରଥ ଖଳାରେ ଆସନ୍ତା ଅକ୍ଷୟ ତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ତେଣୁ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଶ୍ରୀମନ୍ଦିରର ପଶ୍ଚିମ ଦ୍ୱାରରେ ଦର୍ଶନ ବ୍ୟବସ୍ଥା କରାଯାଇଛି । ଏଥିସହ ପାନୀୟ ଜଳର ମଧ୍ୟ ବ୍ୟବସ୍ଥା କରାଯାଇଛି । ତେବେ ଦର୍ଶନ ସାରି ଭକ୍ତମାନେ ପଶ୍ଚିମ ଓ ଉତ୍ତର ଦ୍ୱାରରେ ପ୍ରସ୍ଥାନ କରିବାର ବ୍ୟବସ୍ଥା କରାଯାଇଛି । ଏନେଇ ଗତ ଛତିଶା ନିଯୋଗ ଓ ପରିଚାଳନା କମିଟି ବୈଠକରେ ପାରିତ ହୋଇଥିଲା ।

Spread the love