ଶ୍ରୀମନ୍ଦିରରେ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ
ପୁରୀ ୧୮।୧୦: ବୁଧବାର କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ତେବେ ଏହି ବିଶେଷ ନୀତି ପାଇଁ ଭକ୍ତମାନେ ଅପରାହ୍ଣ ୫ଟାରୁ ୧୦ଟା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ଧରି ମହାପ୍ରଭୁଙ୍କ ଦର୍ଶନ ପାଇବେ ନାହିଁ । ଶ୍ରୀମନ୍ଦିର ଲୋକ ସର୍ମ୍ପକ ଅଧିକାରୀ ଜିତେନ୍ଦ୍ର ମହାନ୍ତି ଏହି ସୂଚନା ଦେଇଛନ୍ତି । ଅପରାହ୍ଣରେ ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହେବ । ଉକ୍ତ ଦିନର ଠାକୁରଙ୍କ ସେବାପୂଜାର ନୀତି ନିର୍ଘଣ୍ଟକୁ ନେଇ ବନକଲାଗି ସମୟ ଧାର୍ଯ୍ୟ ହେବ ।