ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ଭୁବନେଶ୍ବର: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ଓଡ଼ିଶର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ରାଷ୍ଟ୍ରପତି ଭବନରୁ ବୁଧବାର ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନ ନେବେ ରଘୁବର ଦାସ। ବର୍ତ୍ତମାନ ରଘୁବର ଦାସ ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦବିରେ ଅଛନ୍ତି। ସେ ୨୦୧୪ରୁ ୨୦୧୯ ଯାଏଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ।

ସୂଚନାଯୋଗ୍ୟ, ରଘୁବର ଦାସ ୧୯୫୫ ମସିହା ମେ’ ୩ ତାରିଖରେ ଅବିଭକ୍ତ ବିହାର (ବର୍ତ୍ତମାନର ଝାଡ଼ଖଣ୍ଡ)ର ଜାମସେଦପୁରରେ ଜନ୍ମଗ୍ରହଣ କରିଥିଲେ। ସେ ଝାଡ଼ଖଣ୍ଡର ୬ଷ୍ଠ ମୁଖ୍ୟମନ୍ତ୍ରୀ ଭାବେ ୨୦୧୪ ଡିସେମ୍ବର ୨୮ ତାରିଖରେ ଶପଥ ନେଇଥିଲେ। ଝାଡ଼ଖଣ୍ଡ ବିଜେପିରେ ସେ ୨ ଥର ସଭାପତି ହୋଇଥିଲେ। ଏହା ପୂର୍ବରୁ ରଘୁବର ଦାସ ଟାଟା ଷ୍ଟିଲର ଜଣେ କର୍ମଚାରୀ ଥିଲେ। ସେ ବିଧାନସଭାକୁ ୫ଥର ନିର୍ବାଚିତ ହୋଇଥିଲେ। ଏତଦ୍‌ ବ୍ୟତୀତ ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ନଗର ଉନ୍ନୟନ ମନ୍ତ୍ରୀ ମଧ୍ୟ ହୋଇଥିଲେ।

Spread the love