ଆସନ୍ତା ୩୧ ତାରିଖରେ ରାଜ୍ୟପାଳ ଭାବେ ଶପଥ ନେବେ ରଘୁବର ଦାସ

୨୯ ତାରିଖରେ ଓଡ଼ିଶା ଆସିବେ ନୂଆ ରାଜ୍ୟପାଳ ରଘୁବର ଦାସ । ଆସନ୍ତା ୩୧ ତାରିଖରେ ରାଜ୍ୟପାଳ ଭାବେ ଶପଥ ନେବେ। ହାଇକୋର୍ଟଙ୍କ ମୁଖ୍ୟ ବିଚାରପତି ତାଙ୍କୁ ଶପଥ ପାଠ କରାଇବେ । ଓଡ଼ିଶାର ୨୬ ତମ ରାଜ୍ୟପାଳ ଭାବେ ଦାୟିତ୍ବ ନିର୍ବାହ କରିବେ ରଘୁବର । ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେଉଛନ୍ତି ରଘୁବର ଦାସ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଥିଲେ । ରଘୁବର ୫ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ବିଜେପି ଗଠନ ବେଳେ ରଘୁବର ଦଳର ପ୍ରତିଷ୍ଠାତା ସଦସ୍ୟ ଥିଲେ । ୧୯୫୫ ମସିହାରେ ସେ ଅବିଭକ୍ତ ବିହାରରେ ଜନ୍ମ ଗ୍ରହଣ କରିଥିଲେ । ନିଜର ଦାୟିତ୍ବକୁ ନିଷ୍ଠାର ସହ ତୁଲାଇବେ ବୋଲି କହିଛନ୍ତି ରଘୁବର। ଓଡ଼ିଶାର ବିକାଶ ପାଇଁ ରାଜ୍ୟ ସରକାରଙ୍କ ସହ ମିଳିତ ଭାବେ କାର୍ଯ୍ୟ କରିବେ ବୋଲି କହିଛନ୍ତି

Spread the love