ପୁଣି ରାଜ୍ୟରେ ବର୍ଷା, ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର:  ରାଜ୍ୟରେ ପୁଣି ବର୍ଷା । ଆଜିଠୁ ଚାରି ଦିନ ବର୍ଷା ହେବା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଜି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଢେଙ୍କାନାଳ, ସୋନପୁର, ଅନୁଗୁଳ, ବଲାଙ୍ଗୀର, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଓ ବଜ୍ରପାତ ହୋଇପାରେ । ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଂଜାମ, ଗଜପତି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ୧୮ ଓ ୧୯ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । 

Spread the love