ରାଜଧାନୀରେ ବାଦଲ ଫଟା ବର୍ଷା ସାଙ୍ଗକୁ ବଜ୍ରପାତ

ରାଜଧାନୀରେ ବାଦଲ ଫଟା ବର୍ଷା ସାଙ୍ଗକୁ ତୁହାକୁତୁହା ବଜ୍ରପାତ। ଅପରାହ୍ନରୁ ବର୍ଷାର ପ୍ରକୋପ ଆରମ୍ଭ ହୋଇଯାଇଛି।ସେହିଭଳି ରାଜ୍ୟରେ  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, କେଉଁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସେହିପରି ମୟୁରଭଞ୍ଜ, ବାଲେଶ୍ଵର, କେଉଁଝର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି ।

ପାଣିପାଗ ବିଭାଗର ସୂଚନା ଅନୁସାରେ ୨୮ ତାରିଖ ସକାଳୁ ୨୯ ତାରିଖ ସକାଳ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ରାୟଗଡା, ବରଗଡ଼ ଓ ସୁନ୍ଦରଗଡର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାମାନଙ୍କ ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Spread the love