ଉପକୂଳ ଓଡ଼ିଶାରେ ବର୍ଷା ସମ୍ଭାବନା

ଆସନ୍ତା 24 ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଓ ପୁରୀ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଛତିଶଗଡ଼, ଝାଡ଼ଖଣ୍ଡ ଏବଂ ଓଡ଼ିଶା ଉପରେ ଏକ ଟ୍ରପ୍‌ ଲାଇନ୍‌ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା 17ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଅନୁମାନ କରାଯାଉଛି। ଏହି ସମୟରେ ତାପମାତ୍ରା ହ୍ରାସ ପାଇବ। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର କେତେକ ଜିଲାରେ ସର୍ବୋଚ୍ଚ ତାପମାତ୍ରା 35ରୁ 38 ଡିଗ୍ରୀ ମଧ୍ୟରେ ରହିବ ବୋଲି ଅନୁମାନ କରାଯାଉଛି। ତେବେ ଉପକୂଳବର୍ତ୍ତୀ ଜିଲାଗୁଡିକରେ ଆକାଶ ମେଘାଚ୍ଛନ୍ନ ରହିଥିବାରୁ ସର୍ବୋଚ୍ଚ ତାପମାତ୍ରା 35ଡିଗ୍ରୀ ତଳେ ରହିବା ନେଇ ପୂର୍ବାନୁମାନ କରାଯାଇଛି।

Spread the love