ଆସୁଛି ଲଘୁଚାପ, ନିର୍ଧୁମ ଛେଚିବ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ର  ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି । ଆସନ୍ତା ୨୨ ତାରିଖରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି । ପରେ ଏହା ଉତ୍ତର-ପୂର୍ବ ଦିଗରେ ଗତି କରିବା ସମ୍ଭାବନା ରହିଛି । ୨୪ ତାରିଖ ବେଳକୁ ଏହା ଅବପାତର ରୂପ ନେଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ତେବେ ଏହି ବର୍ଷା ରାଜ୍ୟର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ବାଧା ସୃଷ୍ଟି କରିବାର ସମ୍ଭାବନା ରହିଛି ।

Spread the love