ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି, ଆଜି ୮ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷାର ପରିମାଣ ବଢ଼ିପାରେ। ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି।ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ମୁଖ୍ୟତଃ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ରାୟଗଡ଼ା ଓ ନୂଆପଡ଼ା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୭ ଓ ୮ ତାରିଖରେ ମଧ୍ୟ କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Spread the love