୧୮ ତାରିଖ ବେଳକୁ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା

ଆସନ୍ତା ସପ୍ତାହରେ ପୁଣି ଏକ ଘୂର୍ଣ୍ଣିବଳୟ। ୧୮ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସମ୍ଭାବନା। ଉତ୍ତର ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଏହି ସମୟରେ ଘୂର୍ଣ୍ଣିବଳୟ ସମ୍ଭାବନା ଥିବା ପୂର୍ବାନୁମାନ କରିଥିଲା ପାଣିପାଗ କେନ୍ଦ୍ର। ସେପଟେ ଦେଶରରୁ ଜାରି ରହିଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅପସାରଣ ପ୍ରକ୍ରିୟା। ଉତ୍ତରାଖଣ୍ଡ, ଉତ୍ତରପ୍ରଦେଶ ଓ ଗୁଜରାଟର ଅଧିକାଂଶ ଭାଗ ଏବଂ ବିହାର, ଝାଡ଼ଖଣ୍ଡ, ଛତିଶଗଡ଼, ମହାରାଷ୍ଟ୍ରର କିଛି କିଛି ଅଞ୍ଚଳରୁ ଫେରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି। ସେପଟେ ଉପକୂଳ ଓଡ଼ିଶାରେ କିଛି କିଛି ସ୍ଥାନରେ ଲାଗି ରହିଛି ବର୍ଷାର ପ୍ରଭାବ। ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ମଧ୍ୟାହ୍ନରେ ଘଡ଼ଘଡ଼ି ସହ ବର୍ଷା ହୋଇଛି।

Spread the love