ବିଶିଷ୍ଟ ସାହିତ୍ୟିକ ପଦ୍ମଶ୍ରୀ ରଜତ କରଙ୍କ ପରଲୋକ

ଭୁବନେଶ୍ଵର: ବିଶିଷ୍ଟ ସାହିତ୍ୟିକ, ବାଗ୍ମୀ ତଥା ପଦ୍ମଶ୍ରୀ ରଜତ କରଙ୍କ ରବିବାର ପରଲୋକ ଘଟିଛି। ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ଘଟିଛି। ଭଞ୍ଜ ସାହିତ୍ୟର ବିଶିଷ୍ଟ ବ୍ୟାଖ୍ୟାକାର ରଜତ କର ୮୮ ବର୍ଷ ବୟସରେ ଇହଲୀଳା ସମ୍ବରଣ କରିଛନ୍ତି। ହୃଦଘାତରେ ତାଙ୍କ ପରଲୋକ ଘଟିଥିବା ନେଇ ପୁଅ ରଞ୍ଜିତ କର ସୂଚନା ଦେଇଛନ୍ତି। ଓଡିଆ ସାହିତ୍ୟ ଏବଂ ସଂସ୍କୃତି କ୍ଷେତ୍ରରେ ତାଙ୍କର ଅତୂଳନୀୟ ଯୋଗଦାନ ରହିଛି।

Spread the love