ଅକ୍ଷୟ ତୃତୀୟା ରେ ଚାଷୀ ଭାଈମାନଙ୍କୁ ଶୁଭେଚ୍ଛା ଜଣାଇଲେ ରାକେଶ

ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା । ଆଜିଠୁ ଚାଷୀ ଭାଈ ମ।ନେ ଚାଷ କାମ ଆରମ୍ଭ କରନ୍ତି। କୃଷକମାନେ ଏହାକୁ ବଡ଼ ଶୁଦ୍ଧି ଓ ସିଦ୍ଧିର ଦିବସ ଭାବେ ପାଳନ କରିଥାନ୍ତି । କୃଷକ ଏହିଦିନ ଅମୃତ ବେଳାରେ ଅକ୍ଷିମୁଠି ଅନୁକୂଳ କରି କୃଷିକାର୍ଯ୍ୟର ଶୁଭାରମ୍ଭ କରିଥାଏ । ଶୁଭଦିନ ଭାବେ ମନେକରି ଏହିଦିନ ଗୃହନିର୍ମାଣ, ନିର୍ବନ୍ଧ, ବିବାହ, ଉପନୟନ ପ୍ରଭୃତି ଶୁଭକର୍ମ ଅନୁଷ୍ଠିତ ହୁଏ । ଏହି ଅବସରେ ସୋର ନିର୍ବାଚନ ମଣ୍ଡଳୀ ର ବିଜେପି ନେତା ରାକେଶ ମଲ୍ଲିକ ଓଡିଶା ର ଚାଷୀ ଭାଈ ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ନିଜେ ମଧ୍ୟ ଅଖି ମୁଠି ଅନୁକୂଳ କରିଛନ୍ତି।

ଚାଷୀ ନିଜ ସ୍ତ୍ରୀଠାରୁ ହଳଦୀ, ଚନ୍ଦନ, ସିନ୍ଦୂର ବୋଳା ଧାନ ବିହନପୂର୍ଣ୍ଣ ନୂଆ ଗଉଣିକୁ ଶଙ୍ଖ ହୁଳହୁଳି ମଧ୍ୟରେ ମୁଣ୍ଡରେ ଥୋଇ ଏବଂ ଅନ୍ୟ ଏକ ନୂତନ ଟୋକେଇରେ ପିଠା ନେଇ ହଳଲଙ୍ଗଳ ଧରି କ୍ଷେତକୁ ଯାଏ । ସେଠାରେ ଲକ୍ଷ୍ମୀ ଠାକୁରାଣୀଙ୍କୁ ଭୋଗଦେଇ ଉକ୍ତ ନୈବେଦ୍ୟ କିଆରୀର ଈଶାଣ କୋଣରେ ପୋତି ହଳ ବୁଲାଏ ଓ ମୁଠାମୁଠା ବିହନ କିଆରୀରେ ବୁଣେ । ଏହାକୁ ଅକ୍ଷିମୁଠି କହନ୍ତି । ସଧବା ସ୍ତ୍ରୀମାନେ ଏ ଦିନ ‘ଷଠିଦେବୀ’ଙ୍କ ପୂଜା କରନ୍ତି ।

Spread the love