ଆଜିର ରାଶିଫଳ
ମେଷ : କର୍ମଚଞ୍ଚଳ ରହିବେ। ସାଧନା ପାଇଁ ଏକାନ୍ତବାସକୁ ଆଦରି ନେଇପାରନ୍ତି। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ କରନ୍ତୁ ସବୁ ଭଲ ହେବ। ରାଜଯୋଗ କିନ୍ତୁ ଧର୍ମକାର୍ଯ୍ୟରେ ଧନ ବ୍ୟୟ କରିପାରନ୍ତି।
ବୃଷ : ସୁସ୍ଥ ଓ ନିରାମୟ ରହିବେ।ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।
ମିଥୁନ : ଚିତ୍ତ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ରହିବ।
କର୍କଟ : ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ବିଦ୍ବାନ୍, ସାହସୀ ଓ ସମ୍ପତ୍ତିବାନ୍ ହେବେ। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ : ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସର୍ଦ୍ଦି, କଫରେ ପୀଡ଼ିତ ହୋଇପାରନ୍ତି। ଜଳଯାତ୍ରା ନ କରିବା ଭଲ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।
କନ୍ୟା : ବନ୍ଧୁ ମିଳନ ସୁଖଦାୟକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ପତ୍ନୀଙ୍କ ପରାମର୍ଶ ମାନି କାର୍ଯ୍ୟ କରନ୍ତୁ ଶୁଭଦାୟକ ହେବ।
ତୁଳା : ବ୍ୟୟ ଯୋଗ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ବିଛା : କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଧାର୍ମିକ, ତେଜସ୍ବୀ ଓ ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ।
ଧନୁ : ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟରୁ ଲାଭବାନ୍ ହୋଇପାରନ୍ତି।
ମକର : ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁର ଭାଷା ଓ ବ୍ୟବହାର କରନ୍ତୁ ଏହା ଆପଣଙ୍କୁ ଉଚ୍ଚାସନ ଦେଇପାରେ। ସାନଭାଇଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।
କୁମ୍ଭ : ଭାଗ୍ୟଶାଳୀ ହୋଇପାରନ୍ତି। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ରମାନଙ୍କ ସହାୟତା ମିଳିବ। ବ୍ୟବସାୟ ଲାଭଜନକ ହେବ।
ମୀନ : ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଧନ-ସମ୍ପଦ ଭରପୂର ରହିବ। ଲୋକପ୍ରିୟ ହେବେ।