କରୋନା ସଚେତନତା : ବିଦେଶରୁ ଆସି ପଞ୍ଜୀକରଣ କଲେ ପ୍ରୋତ୍ସାହନ ପାଇବେ ୧୫୦୦୦

ଭୁବନେଶ୍ୱର, ୧୬/୦୩: ବିଦେଶରୁ ଆସୁଥିବା ବ୍ୟକ୍ତିମାନଙ୍କ ପାଇଁ ପଞ୍ଜୀକରଣକୁ ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଯେଉଁ ବ୍ୟକ୍ତିମାନେ ବିଦେଶ ଗସ୍ତ ଶେଷ କରି ଓଡ଼ିଶାରେ ପହଞ୍ଚିବା ପରେ ନିଜର ନାମ ପଞ୍ଜୀକରଣ କରିବେ, ସେମାନେ ୧୫ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ପାଇପାରିବେ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରେସ୍‌ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି।

ବିଜ୍ଞପ୍ତିରେ କୁହାଯାଇଛି ଯେ, ଅସାଧାରଣ ପରିସ୍ଥିତିରେ ଅସାଧାରଣ ପଦକ୍ଷେପ ଜରୁରୀ ଅଟେ। ଓଡ଼ିଶାବାସୀକୁ ସୁରକ୍ଷିତ ରଖିବା ପାଇଁ ରାଜ୍ୟ ସରକାର ସବୁପ୍ରକାର ଆଗୁଆ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ଅଛନ୍ତି। ରାଜ୍ୟରେ କୋଭିଡ୍‌-୧୯ର ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧମୂଳକ ପଦକ୍ଷେପ ଗ୍ରହଣ କରିଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ବିଦେଶରୁ ଓଡ଼ିଶାକୁ ଆସୁଥିବା ବ୍ୟକ୍ତିମାନେ ହିଁ ସଂକ୍ରମଣର ପ୍ରମୁଖ କାରଣ ଅଟନ୍ତି। କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସାରା ବିଶ୍ୱର ବିଭିନ୍ନ ଦେଶରେ ସ୍କୁଲ କଲେଜ ବନ୍ଦ ହେବା ସହିତ ଘରେ ରହି ଅଫିସ୍‌ କାର୍ଯ୍ୟ ସଂପାଦନ କରିବା ପାଇଁ ପ୍ରଫେସନାଲମାନଙ୍କୁ ପରାମର୍ଶ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ବିଦେଶରୁ ବହୁ ସଂଖ୍ୟାରେ ଲୋକ ଓଡ଼ିଶାକୁ ଫେରି ଆସିବାର ସମ୍ଭାବନା ରହିଛି।

Spread the love