ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗକୁ ନେଇ ବିରୋଧୀଙ୍କ ହଟ୍ଟଗୋଳ

ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ । ଅଭିଭାଷଣ ରଖୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ । ନବ ଦାସଙ୍କ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ କଂଗ୍ରେସର ନାରାବାଜି । ଗୃହର ମଧ୍ୟଭାଗକୁ ଆସି ନାରାବାଜି କଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଛନ୍ତି କଂଗ୍ରେସ ବିଧାୟକ । ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଛନ୍ତି ।

Spread the love