ଅଗଷ୍ଟ ୧୪ରୁ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପ୍ରକ୍ରିୟା

ଭୁବନେଶ୍ୱର ୦୭।୦୮: ଆସନ୍ତା ଅଗଷ୍ଟ ୧୪ରୁ ୧୬ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଗତବର୍ଷ ଅଗଷ୍ଟ ୨୧ ରେ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଚଳିତ ବର୍ଷ ଏହାର ସପ୍ତାହ ପୂର୍ବରୁ ଆରମ୍ଭ ହେବ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

ସେ ଆହୁରି ମଧ୍ୟ କହିଛନ୍ତି ଯେ,  ଏଥର ୫୫ ହଜାରରୁ ଅଧିକ ସିଟ୍ ବୃଦ୍ଧି ପାଇଁ ଆବେଦନ ହୋଇଛି। ତେବେ ବିଜ୍ଞାନ ପାଇଁ ଲାବୋରରୋଟୀ ସମସ୍ୟା ହୋଇପାରେ। ତେଣୁ ଏ ସବୁର ଭିତ୍ତିଭୂମି ଯାଞ୍ଚ ଚାଲିଛି। ଗତକାଲି ପ୍ରମୁଖ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏ ନେଇ ବୈଠକ ବସିଥିଲା। ସେଲ୍ଫ ଫାଇନାନ୍ସିଂ କଲେଜର ଅଧିକ ଯାଞ୍ଚ ହେଉଛି। ସେମାନେ ଲାବୋରଟୋରୀ ସୁବିଧା କେତେ ଯୋଗାଇ ପାରିବେ, ତାହାର ଅନୁଧ୍ୟାନ ଚାଲିଛି। ଆବେଦନ ପୂର୍ବରୁ କେତେ ସିଟ୍ ବଢ଼ିଲା, SAMS ୱେବସାଇଟ୍ ରେ ତଥ୍ୟ ଉପଲବ୍ଧ ହେବ।

Spread the love