ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଗରିବ ଓଡିଆଙ୍କ ପାଇଁ ସଂଜିବନୀ:ସମୀର ମହାନ୍ତି

 ଭୁବନେଶ୍ୱର, ଗରିବ, କୃଷକ ଏବଂ ଶ୍ରମିକ ସମେତ ଦେଶର ୮୦ କୋଟିରୁ ଉର୍ଦ୍ଧ୍ୱ ଲୋକଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ମାସ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ଯୋଜନା ଅନୁଯାୟୀ ପରିବାରର ପ୍ରତ୍ୟେକ ସଦସ୍ୟଙ୍କୁ ମାସିକ ମୁଣ୍ଡ ପିଛା ୫ କେଜି ଚାଉଳ କିମ୍ବା ଗହମ ଏ ପ୍ରତି ପରିବାରକୁ ୧ କିଲୋ ଡାଲି ଆଗାମୀ ୫ ମାସ ପର୍ଯ୍ୟନ୍ତ ଯୋଗାଇ ଦିଆଯିବ । ଏଥି ପାଇଁ ୯୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । ଏହା ଦ୍ୱାରା ଓଡିଶାର ଜନତା ଅଧିକ ଉପକୃତ ହେବେ । ଓଡିଶାରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ୯୨ ଲକ୍ଷ ୯୮ ହଜାର ୫ ଶହ ୮୨ ପରିବାରର ୩ କୋଟି ୨୪ ଲକ୍ଷ ୭୩ ହଜାର ୩ଶହ ୭୦ ଜଣ ହିତାଧିକାରୀ ଏହାର ଲାଭ ଉଠାଇ ପାରିବେ । କରୋନା ସମୟରେ ଯେଉଁମାନେ ଖାଦ୍ୟ ସୁରକ୍ଷା ସାମିଲ ହୋଇପାରିନାହାଁନ୍ତି ସେମାନଙ୍କୁ ମଧ୍ୟ ଏହି ଯୋଜନାରେ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀ କହିଛନ୍ତି । କରୋନା ଭଳି ଘଢିସନ୍ଧି ମୁହୁର୍ତରେ ଗରିବ ଲୋକମାନେ କଷ୍ଟରେ ଥିବାବେଳେ ପ୍ରଧାନମନ୍ତ୍ରୀଙ୍କ ଗରିବକଲ୍ୟାଣ ଯୋଜନା ସଂଜିବନୀ ସଦୃଶ୍ୟ । ପ୍ରଧାନମନ୍ତ୍ରୀଙ୍କ ଏଭଳି ଏକ ମହତ ପଦକ୍ଷେପ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି । ଶ୍ରୀ ମହାନ୍ତି କହିଛନ୍ତି ଯେ, ଜନଧନ ଯୋଜନାରେ ୧୬,୦୭,୭୭୫ ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ୬,୩୨୬.୮୮ କୋଟି ଟଙ୍କା ଡିପୋଜିଟ କରାଯାଇଛି ଓ ୧୨,୯୫.୯୦୯ ରୁପେ କାର୍ଡ ଇସ୍ୟୁ କରାଯାଇଛି । ଗତ ୩ ମାସ ଭତିରେ ପାଖାପାଖି ୨୦ ଲକ୍ଷ ପ୍ରବାସୀ ଶ୍ରମିକ ରାଜ୍ୟକୁ ଫେରିଛନ୍ତି । ସେମାନଙ୍କୁ ରୋଜଗାର ଯୋଗାଇଦେବା ପାଇଁ ଗରିବ କଲ୍ୟାଣ ରୋଜଗାର ଅଭିଯାନ ଆରମ୍ଭ କରାଯାଇଛି । ସେମାନଙ୍କୁ ନିଜ ଗ୍ରାମରେ ଭିନ୍ନ ଭିନ୍ନ ୨୫ ଟି କାମରେ ରୋଜଗାର ଯୋଗାଇ ଦିଆଯିବ । ଏହା ଦ୍ୱାରା ଓଡିଶା ଭଳି ରାଜ୍ୟରେ ଥିବା ଲକ୍ଷାଧିକ ପ୍ରବାସୀ ଶ୍ରମିକ ଏହାର ଲାଭ ଉଠାଇ ପାରିବେ । ପ୍ରଧାନମନ୍ତ୍ରୀ ଜୀବନ ଏବଂ ଜୀବିକାକୁ ଗୁରୁତ୍ୱ ଦେଇ ଚାଲିଛନ୍ତି । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ଓଡିଶାରେ ବସବାସ କରୁଥିବା ଗରିବ ଖଟଖିଆ ଲୋକଙ୍କୁ ନଭେମ୍ବର ମାସ ପର୍ଯ୍ୟନ୍ତ ଖାଦ୍ୟ ମିଳିବ । କେହି ବି ଯେପରି ଭୋକରେ ନରହିବେ ତାହା ପ୍ରଧାନମନ୍ତ୍ରୀଙ୍କ ପ୍ରାଥମିକତା । ଗୋଟିଏ ଦେଶ, ଗୋଟିଏ ରାସନ କାର୍ଡର ବ୍ୟବସ୍ଥା ଏବଂ ଗରିବ କଲ୍ୟାଣ ଅନ୍ନ ଯୋଜନାର ସଂପ୍ରସାରଣ ଗରିବ କଲ୍ୟାଣ ପ୍ରତି ମୋଦି ସରକାରଙ୍କ ସମର୍ପଣ ଭାବନାକୁ ଦର୍ଶାଉଛି । ଦେଶର କୃଷକ ଓ କରଦାତାଙ୍କ ନିଷ୍ଠା ଏବଂ କଠିନ ପରିଶ୍ରମ ଯୋଗୁଁ ଭାରତ ଗରିବ ତଥା ସମାଜର ସବୁ ସ୍ତରର ଲୋକଙ୍କୁ ସାହାଯ୍ୟ ଓ ସଶକ୍ତିକରଣ କରିବାର ପ୍ରୟାସକୁ ସଫଳତାର ସହ ଆୟୋଜନ କରାଯାଇଛି । ଲୋକାଲ ପାଇଁ ଭୋକାଲ ହୋଇ ଆମେ ଆତ୍ମନିର୍ଭର ଭାରତ ପାଇଁ ସଂକଳ୍ପ କରିବା ଏବଂ ଆଗକୁ ବଢିବା ପାଇଁ ଶ୍ରୀ ମହାନ୍ତି କହିଛନ୍ତି । ରାଜ୍ୟ ସରକାର ଲୋକମାନଙ୍କୁ କିପରି ସୁଚାରୁରୂପେ ଡାଲି ଯୋଗାଇ ଦେବେ ସେନେଇ ବ୍ୟବସ୍ଥା କରିବାକୁ ଶ୍ରୀ ମହାନ୍ତି ନିବେଦନ କରିଛନ୍ତି । ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ଏବଂ ରାଜ୍ୟ ମୁଖପାତ୍ର ଶ୍ରୀ ସୁଦୀପ୍ତ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

Spread the love