ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ

ଭଦ୍ରକ  : ଲଘୁଚାପ ସାଙ୍ଗକୁ ଲଗାଣ ବର୍ଷା ଯୋଗୁଁ ଆଜି ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ ବୋଲି କୁହାଯାଇଛି।ଅନ୍ୟପଟେ, ଆଗାମୀ ୬ଘଣ୍ଟାରେ ଗଭୀର ଅବପାତ ଘଣ୍ଟାପ୍ରତି ୧୫କିମି ବେଗରେ ଗତିକରି ଦକ୍ଷିଣ ଝାଡ଼ଖଣ୍ଡ ପାର୍ଶବର୍ତ୍ତୀ ଉତ୍ତର ଓଡିଶା ଅଞ୍ଚଳରେ ଝାରସୁଗୁଡାଠାରୁ ପୂର୍ବଉତ୍ତରପୂର୍ବ ଦିଗରେ ୧୭୦ କି.ମି. ଦୂରରେ କେନ୍ଦ୍ରୀଭୂତ ହେବ। ସେହିପରି ପଶ୍ଚିମଉତ୍ତରପଶ୍ଚିମ ଦିଗରେ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Spread the love