ସେପ୍ଟେମ୍ବର ମାସ ପାଇଁ ଗାଇଡଲାଇନ୍‌ ଜାରିକଲେ ରାଜ୍ୟ ସରକାର, ରାଜ୍ୟରୁ ହଟିଲା ସପ୍ତାହାନ୍ତ ସଟ୍‌ଡାଉନ୍‌

ଭୁବନେଶ୍ବର ୩୧/୦୮ : ସେପ୍ଟେମ୍ବର ମାସ ପାଇଁ ରାଜ୍ୟରେ ନୂଆ କୋଭିଡ୍ ଗାଇଡଲାଇନ୍‌ ଜାରି କରାଯାଇଛି । ନୂଆ ଗାଇଡଲାଇନ୍‌ ନେଇ ପ୍ରେସବାର୍ତ୍ତା ଜରିଆରେ ସୂଚନା ଜାରି କରିଛନ୍ତି ଏସ୍‌ଆରସି ପ୍ରଦୀପ ଜେନା । କରୋନା ସଂକ୍ରମଣକୁ ରୋକିବା ଦିଗରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭାବେ ସଫଳ ହୋଇଛନ୍ତି ।

ନୂଆ ଗାଇଡଲାଇନ୍ ଅନୁଯାୟୀ ସେପ୍ଟେମ୍ବର ୧ ତାରିଖରୁ ଅକ୍ଟୋବର ୧ ତାରିଖ ଯାଏଁ କୋଭିଡ୍‌ ନିୟମ ବଳବତ୍ତର ରହିବ । ରାଜ୍ୟର ୩ ସହର​‌ରେ ଲାଗୁ ହୋଇଥିବା ସପ୍ତାହାନ୍ତ ସଟ୍‌ଡାଉନ୍‌କୁ ହଟାଯାଇଛି । ଏଣିକି କୌଣସି ସହରାଞ୍ଚଳ କିମ୍ବା ଗ୍ରାମାଞ୍ଚଳରେ ସପ୍ତାହାନ୍ତ ସଟ୍‌ଡାଉନ୍‌ ଲାଗୁହେବ ନାହିଁ । ବିବାହ କାର୍ଯ୍ୟରେ ଏଣିତି ୨୫୦ ଜଣ ଉପସ୍ଥିତ ରହିପାରିବେ । ଏହା ସହିତ ସୁଦ୍ଧିକ୍ରିୟାରେ ମଧ୍ୟ ୨୫୦ ଜଣ ରହିବା ନେଇ ଗାଇଡଲାଇନ୍‌ ଜାରି କରିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା ।

Spread the love