କାଲିଠୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ଭୁବନେଶ୍ୱର, ୧୯/୦୩: କରୋନା ନେଇ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ଆସନ୍ତାକାଲିଠାରୁ ମାର୍ଚ୍ଚ ୩୧ ଯାଏ ଶ୍ରଦ୍ଧାଳୁଙ୍କ ପାଇଁ ଶ୍ରୀମନ୍ଦିରରେ ଦର୍ଶନ ବନ୍ଦ ରହିବା ନେଇ ନିଷ୍ପତ୍ତି ହୋଇଛି।

କାଲିଠାରୁ ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁମାନେ ପ୍ରବେଶ କରିପାରିବେ ନାହିଁ। କେବଳ ନୀତିକାନ୍ତି ପାଇଁ ସେବାୟତମାନେ ଶ୍ରୀମନ୍ଦିର ଭିତରକୁ ଯାଇ ପାରିବେ। ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର ସୂଚନା ଦେଇଛନ୍ତି।

Spread the love