ଆସନ୍ତାକାଲିଠାରୁ କଟକରେ ଖୋଲିବ ସପିଂ ମଲ୍

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କଟକ ସହରରେ ଲାଗୁ ହୋଇଥିବା ସଟ୍‌ଡାଉନ୍ ଆସନ୍ତାକାଲିଠୁ ହଟିବ। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି। ସ୍ଥିତିର ସମୀକ୍ଷା କରାଯାଇ ସଟ୍‌ଡାଉନ୍ ହଟିବା ନେଇ ନିଷ୍ପତ୍ତି ହୋଇଥିବା କୁହାଯାଇଛି। ହେଲେ ସପ୍ତାହରେ ଶନିବାର ଓ ରବିବାର ଯେଉଁଭଳି ଭାବରେ ସଟ୍‌ଡାଉନ୍ କଟକଣା ଲାଗୁ ହୋଇଛି, ତାହା ପୂର୍ବଭଳି ବଳବତ୍ତର ରହିବ ବୋଲି ସିଏମ୍‌ସି ପକ୍ଷରୁ କୁହାଯାଇଛି । ଆସନ୍ତାକାଲି ଠାରୁ ସକାଳ ୫ଟାରୁ ସନ୍ଧ୍ୟା ୬ଟା ଯାଏଁ ଦୋକାନ ବଜାର ଖୋଲିବ। ସନ୍ଧ୍ୟା ୭ଟାରୁ ସକାଳ ୫ଟା ଯାଏଁ ରାତ୍ରିକାଳୀନ କର୍ଫ୍ୟୁ ଜାରି ରହିବ । ଏହାସହ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ସରକାରୀ କାର୍ଯ୍ୟାଳୟ ଖୋଲିବାକୁ ଅନୁମତି ମିଳିଛି । କୋଭିଡ୍ କଟକଣା ସର୍ତ୍ତ ସହ ସହରରେ ସପିଂ ମଲ୍ ଖୋଲିବ ଏନେଇ ସିଏମସି ପକ୍ଷରୁ ସୂଚନା ମିଳିଛି ।

Spread the love