ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଓ ରବିବାର ସଟ୍‌ଡାଉନ୍‌

ସାରା ରାଜ୍ୟରେ ସପ୍ତାହନ୍ତ ସଟ୍‌ଡାଉନ୍‌ । ଶନିବାର ଏବଂ ରବିବାର ରାଜ୍ୟର ସମସ୍ତ ଜିଲ୍ଲାର ସହରାଞ୍ଚରେ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ସ୍ବତନ୍ତ୍ର ରିଲିଫ୍‌ କମିସନର । ରାଜ୍ୟରେ ଅନିର୍ଦ୍ଧିଷ୍ଟ କାଳ ଯାଏଁ ଜାରି ରହିବ ସପ୍ତାହନ୍ତ ସଟ୍‌ଡାଉନ୍‌ । ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବ୍ୟାପକ ହେଉଥିବାରୁ ସଂକ୍ରମଣ କମାଇବାକୁ ଏପରି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହା ସହିତ ୩୦ଟି ଯାକ ଜିଲ୍ଲାରେ ରାତ୍ରୀ କାଳୀନ କର୍ଫ୍ୟୁ ବଳବତ୍ତର ରହିବ । ଏ ନେଇ ସ୍ବତନ୍ତ୍ର ରିଲିଫ୍‌ କମିସନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

ସ୍ବତନ୍ତ୍ର ରିଲିଫ୍‌ କମିସନର କହିଛନ୍ତି, ମହାରାଷ୍ଟ୍ର, ଛତିଶଗଡ, ଦିଲ୍ଲୀ, ମଧ୍ୟ ପ୍ରଦେଶ, କର୍ଣ୍ଣାଟକ ଆଦି ରାଜ୍ୟରେ ଲକ୍‌ଡାଉନ୍‌ ଏବଂ ସଟ୍‌ଡାଉନ୍‌ ଲାଗୁ ହେବା ଆଶଙ୍କା ଦେଖା ଦେଇଛି । ଦିଲ୍ଲୀ ସରକାର ମଧ୍ୟ ରାଜ୍ୟରେ ୭ ଦିନିଆ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି । ସେହିଭଳି ଓଡିଶାରେ ମଧ୍ୟ ସଂକ୍ରଅମଣ କ୍ଷୀପ୍ର ଗତିରେ ବୃଦ୍ଧି ପାଇଛି । ରାଜ୍ୟ ସରକାରଙ୍କ ପକ୍ଷରୁ କୋଭିଡ୍‌-୧୯ ମୁକାବିଲା ପାଇଁ ପ୍ରସ୍ତୁତି ଜାରି ରହିଛି ।

Spread the love