ଆଜି ଠାରୁ ରାଜ୍ୟବ୍ୟାପୀ ଶ୍ରୀଜଗନ୍ନାଥ ରଥ ପରିକ୍ରମା

ପୁରୀ: ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଆସନ୍ତା ୧୭ ତାରିଖରେ ଲୋକାର୍ପିତ ହେବ। ଏଥିପାଇଁ ୧୨ ତାରିଖରୁ ଯଜ୍ଞ କାର୍ଯ୍ୟ ଆରମ୍ଭ ହେବ। ଯାତ୍ରୀ ପରିକ୍ରମା ପ୍ରକଳ୍ପକୁ ଭବ୍ୟ ଓ ଆଧ୍ୟାତ୍ମିକ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପଞ୍ଚାୟତରାଜ ବିଭାଗ ପକ୍ଷରୁ ଆଜି ଠାରୁ ରାଜ୍ୟ ବ୍ୟାପୀ ଶ୍ରୀଜଗନ୍ନାଥ ରଥ ପରିକ୍ରମା କରିବ। ଏହା ରାଜ୍ୟରେ ସମସ୍ତ ପଞ୍ଚାୟତ, ବିଜ୍ଞାପିତ ଅଞ୍ଚଳ ପରିଷଦ ଓ ଗାଁ ପରିକ୍ରମା କରିବା ସହ ଘରୁ ଘରୁ ଅରୁଆ ଚାଉଳ, ଗୁଆ ଓ ନଡ଼ିଆ ସଂଗ୍ରହ କରିବ। ଆଜି ପୁରୀ ସଦର ବ୍ଲକ ୨୫ ନମ୍ବର ଜୋନ ଅନ୍ତର୍ଗତ ତଲଜଂଘ ଓ ମାଳତୀପାଟପୁର,୨୬ ନମ୍ବର ଜୋନ ଅନ୍ତର୍ଗତ ଗୋପୀନାଥପୁର ଓ କାଶୀ ହରିପୁର ଏବଂ ୨୭ ନମ୍ବର ଜୋନ ଅନ୍ତର୍ଗତ ବାଲିପୁଟ ଓ ରାଏଗୋରଡା ପଞ୍ଚାୟତରେ ଏହି ରଥ ପରିକ୍ରମା କରିବ। ପିଇଓ ଓ ଜିଆରଏସ୍ ମାନେ ପଞ୍ଚାୟତରେ ନୋଡାଲ ଅଧିକାରୀ ଭାବେ ଏହି ଦାୟିତ୍ଵ ନିର୍ବାହ କରିବେ।

Spread the love