ବଡ଼ଦାଣ୍ଡରେ RAFର ମକଡ୍ରିଲ

ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଖେଇ ଆସିଲାଣି। ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ୩ ରଥର କାମ ।ଦୁଇ ବର୍ଷ ପରେ ମହାପ୍ରଭୁଙ୍କ ଯାତ୍ରାରେ ସାମିଲ ହେବେ ଶ୍ରଦ୍ଧାଳୁ । ୧୪ରେ ଭକ୍ତଙ୍କ ଗହଣରେ ହେବ ସ୍ନାନ ପୂର୍ଣ୍ଣିମା ହେବ। ଏଥିପାଇଁ ପୁରୀରେ ଅଧିକ ଭିଡ଼ ଜମିବା ଆଶଙ୍କା କରାଯାଉଛି । ଏହାକୁ ଦୃଷ୍ଟିରେ ରଖି ଆଜି ଶ୍ରୀମନ୍ଦିର ସମ୍ମୁଖ ଓ ଚତୁଃପାର୍ଶ୍ୱରେ ରାପିଡ ଆକ୍ସନ ଫୋର୍ସ ମକଡ୍ରିଲ କରିଛି । ରଥଯାତ୍ରାରେ ଦୁଇ କମ୍ପାନୀ, ୨୪୦ ଯବାନ RAF ନିୟୋଜିତ ହେବେ । ଭିଡ଼ ନିୟନ୍ତ୍ରଣ ଓ ସୁରକ୍ଷା ସମ୍ପର୍କରେ ପୁରୀ ପୋଲିସ ମିଳିତ ଭାବରେ ଏହି ମକଡ୍ରିଲରେ ସାମିଲ ହୋଇଥିଲ ।ତେବେ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖ ରଥ ଖଳାରେ ବିଶ୍ବକର୍ମା, ଭୋଇ, ରୂପକାରଙ୍କ ସହ ଦୋଳବେଦୀ, ଅସ୍ଥାୟୀ କମାର ଶାଳରେ ନିର୍ମାଣ କାର୍ଯ୍ୟକୁ ଜୋରଦାର କରିଛନ୍ତି । ରଥର ମୂଳଦୁଆ ଅର୍ଥାତ୍ ଦଣ୍ଡା ସ୍ଥାପନ ହୋଇ ତିନି ରଥର ଚକ ଓ ଅଖ ଉପରେ ଦଣ୍ଡାକୁ ସମତୁଲ କରାଯିବା ପରେ ଅଖର ଗୋଲେଇ ଅନୁସାରେ ଦଣ୍ଡାକୁ କାଟି ଖାପ ଦିଆଯାଇଛି । ସ୍ନାନଯାତ୍ରା ପୂର୍ବରୁ ୪ ନାହାକା ଉଠାଇବାକୁ ପ୍ରସ୍ତୁତି ଚାଲିଛି । ସେପଟେ ସ୍ନାନନୀତିଠାରୁ ଆରମ୍ଭକରି ପ୍ରଶାସନିକ ବ୍ୟବସ୍ଥା ଶୃଙ୍ଖଳିତ କରାଯାଇଥିବା ସୂଚନା ଦେଇଛନ୍ତି ଜିଲ୍ଲାପାଳ ।

Spread the love