ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ବିୟୋଗରେ ବିଜେପିର ଶୋକ

ବରିଷ୍ଠ ସାମ୍ବାଦିକ ତଥା ସ୍ତମ୍ଭକାର ରଣଜିତ ଗୁରୁଙ୍କ ବିୟୋଗରେ ରାଜ୍ୟ ସଭାପତି ତଥା ସାଂସଦ ବସନ୍ତ ପଣ୍ଡା ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର ଶୋକ ବ୍ୟକ୍ତ କରିବା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିଛନ୍ତି ।

ଓଡିଆ ସାମ୍ବାଦିକତା କ୍ଷେତ୍ରରେ ତାଙ୍କ ଅବଦାନ ଅତୁଳନୀୟ । ବରିଷ୍ଠ ସାମ୍ବାଦିକ ସହ ସେ ଜଣେ ଉଚ୍ଚକୋଟୀର ରାଜନୈତିକ ବିଷାରଦ ମଧ୍ୟ ଥିଲେ । ମୃତ୍ୟୁବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା । ତାଙ୍କ ବିୟୋଗରେ ଶ୍ରୀ ପଣ୍ଡା ଏବଂ ଶ୍ରୀ ନାୟକ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

Spread the love