ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ୍ ପ୍ଲାଟ୍ ଫର୍ମରେ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେେ ଆଲୋଚନା ହେବ।ତେବେ ଆଜିର ଏହି କ୍ୟାବିନେଟ୍ ବୈଠକରେ ପାଖାପାଖି ୨୦ଟି ପ୍ରସ୍ତାବ କ୍ୟାବିନେଟ୍ ର ଅନୁମୋଦନ ପାଇଁ ଉପସ୍ଥାପନ କରାଯିବ। ଏଥି ମଧ୍ୟରେ ୫ଟି ମେଗା ପାନୀୟ ଜଳ ପ୍ରକଳ୍ପ ଥିବା ଜଣାପଡ଼ିଛି। ମନ୍ତ୍ରୀମାନେ ଲୋକସେବା ଭବନ କିମ୍ବା ଜିଲ୍ଲା ମୁଖ୍ୟାଳୟରୁ ଭିଡିଓ କନ୍ ଫରେନ୍ସିଂ ଜରିଆରେ କ୍ୟାବିନେଟ୍ ବୈଠକରେ ଭାଗ ନେବେ। ଆସନ୍ତା ୨୯ ତାରିଖରେ ନବୀନ ପଟ୍ଟନାୟକଙ୍କ ସରକାର ପଞ୍ଚମ ପାଳିର ତୃତୀୟ ବର୍ଷ ପୂରଣ କରୁଥିବାରୁ କ୍ୟାବିନେଟ୍ ରେ କିଛି ବଡ଼ ଘୋଷଣା ହେବାର ସମ୍ଭାବନା ରହିଛି।

Spread the love