ବିଜେଡି ନେତା ସୁବାସ ଚୌହାନଙ୍କ ପରଲୋକ

ବିଜେଡି ନେତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ସୁବାସ ଚୌହାନଙ୍କ ପରଲୋକ ହୋଇଯାଇଛି। କ୍ୟାନସରରେ ପୀଡ଼ିତ ଥିବା ସୁବାସ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୫୪ ବର୍ଷ ହୋଇଥିଲା।ସୁବାସ ଚୌହାନ ଲିଭର୍ କ୍ୟାନସରରେ ପୀଡ଼ିତ ଥିଲେ। ଗତ ୩୦ ତାରିଖରୁ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ଆଜି ରାତି ୩ଟା ୫ରେ ସୁବାସଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ସେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ।ସୁବାସ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ (ଆରଏସଏସ୍)ରେ ପ୍ରାୟ ୩୦ ବର୍ଷ କାମ କରିଥିଲେ।ହିନ୍ଦୁ ଜାଗରଣ ସାମ୍ମୁଖ୍ୟ ଓ ବଜରଙ୍ଗ ଦଳର ସକ୍ରିୟ ସଦସ୍ୟ ଭାବେ କାମ କରିଥିଲେ। ପରେ ସେ ରାଜନୀତିରେ ପାଦ ଥାପି ବିଜେପିରେ ସାମିଲ ହୋଇଥିଲେ। ୨୦୧୪ ନିର୍ବାଚନରେ ସେ ବରଗଡ଼ ଲୋକସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିଦ୍ୱନ୍ଦିତା କରିଥିଲେ ଏବଂ ୩ ଲକ୍ଷ ୭୨ ହଜାର ଭୋଟ ପାଇଥିଲେ।ସୁବାସ ଚୌହାନଙ୍କ ବିୟୋଗରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ ଏହାଓଡ଼ିଶା ରାଜନୀତିରେ ଅପୂରଣୀୟ କ୍ଷତି।

Spread the love