କାଲିଠୁ ଆସନ୍ତା ୧୭ ପର୍ଯ୍ୟନ୍ତ ଗଡ଼ିବ ସୁଭଦ୍ରା ସଚେତନତା ରଥ

ଭୁବନେଶ୍ୱର : ସୁଭଦ୍ରା ଯୋଜନା କାର୍ଯ୍ୟ ଅଗ୍ରଗତି ନେଇ ନିୟମିତ ତଦାରଖ ଉପରେ ମୁଖ୍ୟ ଶାସନ ସଚିବଙ୍କ ଗୁରୁତ୍ବ । ରାଜସ୍ବ ଆୟୁକ୍ତ, ଜିଲ୍ଲାପାଳ ଏବଂ ସମସ୍ତ ମହାନଗର ନିଗମର କମିଶନରଙ୍କ ସହ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ଥିତି ସମୀକ୍ଷା କରିଛନ୍ତି । ୧୭ ତାରିଖରେ ସୁଭଦ୍ରା ଯୋଜନା ରାଜ୍ୟସ୍ତରୀୟ ଶୁଭାରମ୍ଭ କାର୍ଯ୍ୟକ୍ରମର ସିଧାପ୍ରସାରଣ ହେବ । କାର୍ଯ୍ୟକ୍ରମରେ ପଞ୍ଚାୟତ, ବ୍ଲକ, ଜିଲ୍ଲା , ପୌରଞ୍ଚଳ, ମହାନଗର ନିଗମ ସ୍ତରରେ ପ୍ରଦର୍ଶନ ହେବା ନିମନ୍ତେ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା କରାଯାଇଥିଲା ।

ସେପ୍ଟେମ୍ବର ୭ରୁ ୧୭ ତାରିଖ ପର୍ଯ୍ୟନ୍ତ ଗଡ଼ିବ ସୁଭଦ୍ରା ସଚେତନତା ରଥ । ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ ଏହି ରଥ ଗଡ଼ିବ । ଏହି ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡଲ ଅଧିକାରୀ ଦାୟିତ୍ବରେ ରହିବେ । ସବୁ କମନ ସର୍ଭିସ ସେଣ୍ଟର ଏବଂ ମୋ ସେବା କେନ୍ଦ୍ରରେ ସୂଚନା ପ୍ରଚାର ପତ୍ର ଉପଲବ୍ଧ ହେବା ସହିତ ପୋଷ୍ଟର ଓ ବ୍ୟାନର ଆଦି ଲଗାଯିବ । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Spread the love