ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, କାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସବୁ ସ୍କୁଲ ଛୁଟି

ଆସନ୍ତା କାଲିଠୁ ରାଜ୍ୟରେ ଗ୍ରୀଷ୍ମକାଳୀନ ସ୍କୁଲ ଛୁଟି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ଯାଏ ଆଗୁଆ ଖରା ଛୁଟି ଘୋଷଣା କଲେ ସରକାର । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଛୁଟି ଘୋଷଣା କରିଛନ୍ତି ସରକାର । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗ୍ରୀଷ୍ମକାଳୀନ ଛୁଟି କେତେ ଦିନ ରହିବ ଖୁବଶୀଘ୍ର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେବ । ଖରା ବଢୁଥିବାରୁ ପୂର୍ବରୁ ୨ ଦିନ ଯାଏ ସ୍କୁଲ ଛୁଟି କରାଯାଇଥିଲା ।

Spread the love