ପୁରୀ ବ୍ୟତୀତ ଅନ୍ୟ ସ୍ଥାନରେ ହୋଇପାରିବନି ରଥଯାତ୍ରା

ରଥଯାତ୍ରା ଆୟୋଜନ ପାଇଁ ହୋଇଥିବା ଏକାଧିକ ଆବେଦନ ଖାରଜ କରିଦେଇଛନ୍ତି ସୁପ୍ରିମକୋର୍ଟ । ଅନ୍ୟ ସ୍ଥାନରେ ରଥଯାତ୍ରା ପାଇଁ ହୋଇଥିବା ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟଙ୍କ ଖଣ୍ଡପୀଠ ମାମଲାକୁ ଖାରଜ କରିଛନ୍ତି । କେନ୍ଦ୍ରାପଡ଼ା, ନୀଳଗିରି, ଭଟ୍‌ଲିରେ ରଥଯାତ୍ରା କରିବା ଲାଗି ଆବେଦନ ହୋଇଥିଲା ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ସ୍ଥିତ ବଳଦେବଜୀଉଙ୍କ ରଥଯାତ୍ରା ଲାଗି ହାଇକୋର୍ଟରେ ପିଟିସନ ଦାୟର ହୋଇଥିଲା । ଦାୟର ପିଟିସନକୁ ଅଗ୍ରାହ୍ୟ କରିଥିଲେ ହାଇକୋର୍ଟ । ରାଜ୍ୟର ଆଉ କେତେକ ସ୍ଥାନରେ ରଥଯାତ୍ରା ପାଇଁ ମଧ୍ୟ ହାଇକୋର୍ଟରେ ଆବେଦନ ହୋଇଥିଲା । ତେବେ ଏହିସବୁ ପିଟିସନର ଶୁଣାଣି କରି ରାଜ୍ୟ ରାଜ୍ୟ ସରକାରଙ୍କ ଦ୍ଵାରା ଜାରି ହୋଇଥିବା ନିର୍ଦ୍ଦେଶନାମାକୁ କାଏମ ରଖିଥିଲେ ହାଇକୋର୍ଟ ।

ଗତବର୍ଷ ସୁପ୍ରିମକୋର୍ଟ ପୁରୀରେ କୋଭିଡ୍ ଗାଇଡଲାଇନ୍ ଅନୁଯାୟୀ ରଥଯାତ୍ରା ପାଳନ କରିବାକୁ ଅନୁମତି ଦେଇଥିଲେ । ତେବେ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍ ଗାଇଡଲାଇନ୍ ଅନୁସାରେ ପୁରୀରେ ରଥଯାତ୍ରା ପାଳନ ହେବ । ଚଳିତବର୍ଷ ପୁରୀରେ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଶେଷ ହୋଇଥିବା ବେଳେ ଅନୁରୂପ ଭାବେ ରଥଯାତ୍ରା ପାଳନ କରାଯିବ ।

Spread the love