ବିଜେପିର ସ୍ୱାଗତ ସମ୍ବର୍ଦ୍ଧନା ସଭା

କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରତାପ ଷଡଙ୍ଗୀ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଥମ ଥର ପାଇଁ ଓଡିଶା ଆସୁଛନ୍ତି । ସେମାନଙ୍କ ସହ ରାଜ୍ୟ ପ୍ରଭାରୀ  ଅରୁଣ ସିଂ ଆସୁଛନ୍ତି । ସେମାନେ ଭୁବନେଶ୍ୱର ବିମାନ ବନ୍ଦରରେ ସକାଳ ୮.୩୦ରେ ପହଚିଂବା ପରେ ସେମାନଙ୍କୁ

ଦଳ ତରଫରୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯିବ । ଏହା ପରେ ସେମାନେ ସିଧାସଳଖ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ ପାଇଁ ପୁରୀ ଗସ୍ତ କରିବେ l

ଅପରାହ୍ନ ୩ଟା ବେଳେ ଭୁବନେଶ୍ୱର ସ୍ଥିତ ପ୍ରଦର୍ଶନୀ ପଡିଆରେ ଦଳ ପକ୍ଷରୁ ଏକ ସ୍ୱାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହେବ । ଏହି ସମ୍ବର୍ଦ୍ଧନା ସଭାରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଜେପିର ସମସ୍ତ ନବନିର୍ବାଚିତ ସାଂସଦ ଏବଂ ବିଧାୟକମାନଙ୍କୁ ମଧ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ ।

ଏହି ସମ୍ବର୍ଦ୍ଧନା ସଭାରେ ପ୍ରମୁଖ ନେତୃବୃନ୍ଦ, କାର୍ଯ୍ୟକର୍ତା ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲା ସଭାପତିମାନେ ଉପସ୍ଥିତ ରହିବେ ବୋଲି ରାଜ୍ୟ ଉପସଭାପତି  ସମୀର ମହାନ୍ତି ସୂଚନା ଦେଇଛନ୍ତି ।

Spread the love