ଜୁନ୍‌ ୧୦ରେ ରାଜ୍ୟସଭା ନିର୍ବାଚନ

ନୂଆଦିଲ୍ଲୀ  : ଜୁନ୍‌ ୧୦ ତାରିଖରେ ଓଡ଼ିଶା ସମେତ ୧୫ ରାଜ୍ୟ‌ରେ ୫୭ ରାଜ୍ୟସଭା ଆସନ ପାଇଁ ନିର୍ବାଚନ କମିସନ୍‌ ଗତକାଲିି ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି। ଆସନ୍ତା  ମେ୨୪ରେ  ବିଜ୍ଞପ୍ତି ପ୍ରକାଶ ପାଇବ ଏବଂ ମେ ୩୧ ହେବ ପ୍ରାର୍ଥିପତ୍ର ଦାଖଲ।ଓଡ଼ିଶାରୁ ୩ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ହେବ। ବିଜେଡିର ଏନ୍‌ ଭାସ୍କର ରାଓ, ସସ୍ମିତ ପାତ୍ର ଓ ପ୍ରସନ୍ନ ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ଜୁଲାଇ ୧ ତାରିଖରେ ଶେଷ ହେଉଛି। ଏହି ତିନିଟି ଆସନ ପାଇଁ ନିର୍ବାଚନ ହେବ। ବର୍ତ୍ତମାନ ରାଜ୍ୟସଭାରେ ବିଜେଡିର ୮ ଜଣ ସଭ୍ୟ ଥିଲା ବେଳେ ବିଜେପିର ଜଣେ ସଭ୍ୟ ଅଛନ୍ତି। ସୁବାସ ସିଂହ ଇସ୍ତଫା ଦେଲା ପରେ ଗୋଟିଏ ଆସନ ଖାଲି ପଡ଼ିଛି। ଏହି ଖାଲି ଆସନରେ ନିର୍ବାଚନ ପାଇଁ ପରବର୍ତ୍ତୀ ସମୟରେ ବିଜ୍ଞପ୍ତି ଜାରି ହେବ।ଶ୍ରୀ ଆଚାର୍ଯ୍ୟ ଓ ଶ୍ରୀ ରାଓ ୨୦୧୬ ମସିହାରେ ରାଜ୍ୟସଭାକୁ ନିର୍ବାଚିତ ହୋଇ ଜୁଲାଇ ୧ ତାରିଖରେ ସମ୍ପୂର୍ଣ୍ଣ ୬ ବର୍ଷ କାର୍ଯ୍ୟକାଳ ଶେଷ କରିବେ। ଶ୍ରୀ ପାତ୍ର ୨୦୧୯ରେ ରାଜ୍ୟସଭାକୁ ନିର୍ବାଚିତ ହୋଇଥିଲେ ଓ ୩ ବର୍ଷ ପ୍ରତିନିଧିତ୍ବ କରିଛନ୍ତି। ପ୍ରତାପ ଦେବ ବିଧାୟକ ଭା‌ବେ ନିର୍ବାଚିତ ହେବା ପରେ ରାଜ୍ୟସଭାରେ ଯେଉଁ ଆସନ ଖାଲି ପଡ଼ିଥିଲା, ସେଥିରେ ବିଜେଡି ଶ୍ରୀ ପାତ୍ରଙ୍କୁ ପ୍ରାର୍ଥୀ କରିଥିଲା। ତେଣୁ ଏହି ଆସନର କାର୍ଯ୍ୟକାଳ ୨୦୨୨ ଜୁଲାଇ ୧ ପର୍ଯ୍ୟନ୍ତ ରହିଛି।

Spread the love