ଗଜପତି ସଡ଼କ ଦୁର୍ଘଟଣା: ଦୁଇଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬/୨: ଗଜପତି ଜିଲ୍ଲାର ଆର୍ ଉଦୟଗିରିଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟଙ୍କ ପାଇଁ ଦୁଇଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଆହତମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

Spread the love