ରଥଯାତ୍ରାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି, ଟାଣିବେ ସୁଭଦ୍ରାଙ୍କ ରଥ

ପୁରୀ: ପୁରୀ ରଥଯାତ୍ରାରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସେ ଦେବୀ ସୁଭଦ୍ରାଙ୍କ ରଥ ଟାଣିବାର ମଧ୍ଯ କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ନେଇ ପୁରୀରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଗସ୍ତ ସମୟରେ ରୁଟକୁ ନୋ ଫ୍ଲାଇଙ୍ଗ ଜୋନ୍‌ କରାଯିବ । ତାଙ୍କ ଗସ୍ତ ରାସ୍ତାକୁ ସିଲ୍ କରାଯିବ । ରାଷ୍ଟ୍ରପତିଙ୍କ ସ୍ବତନ୍ତ୍ର ସୁରକ୍ଷା ବାହିନୀ ସହ ରାଜ୍ୟ ପୋଲିସର ଟିମ୍ ସୁରକ୍ଷା ଦେବେ। ରୁଫ ଟପ୍ ସାର୍ପ ସୁଟର ସ୍ନାଇପର ସଜାଗ ରହିବେ ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୮ ତାରିଖ ସକାଳୁ ପୁରୀ ସମୁଦ୍ର ବେଳାଭୂମିରେ ପ୍ରାତଃଭ୍ରମଣ କରିବେ। ଏହାପରେ ସେ ଭୁବନେଶ୍ୱର ଫେରି ପୂର୍ବାହ୍ନରେ ଖଣ୍ଡଗିରି ଓ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିକେ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫଟସ୍ ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ । ସେହିଦିନ ଅପରାହ୍ନରେ ଭୁବନେଶ୍ୱରର ମେଣ୍ଢାଶାଳ ହରିଡ଼ାମଡ଼ାସ୍ଥିତ ଡିଭାଇନ୍ ରିଟ୍ରିଟ୍ ସେଂଟରଠାରେ ଏକ କାର୍ୟ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ୯ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ନାଇଜରର ସ୍ନାତକ ସମାରୋହ ଉତ୍ସବରେ ଯୋଗ ଦେଇ ଅପରାହ୍ନରେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ସୂଚନା ଯୋଗ୍ୟ ଗତକାଲି ଚାରିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି ମହାମହିମ। ଜୟଦେବ ଭବନ କାର୍ଯ୍ୟକ୍ରମ ଶେଷ ହେବା ପରେ ରାଜଭବନ ଯାଇ ରାତ୍ରିଯାପନ କରିଥିଲେ ରାଷ୍ଟ୍ରପତି ।

Spread the love