ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ବୈଠକ, ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ବୈଠକ ଅନୁଷ୍ଠିତ ହେବ। ଆସନ୍ତାକାଲି ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ। ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହାପୂର୍ବରୁ ବସୁଥିବା ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦ ବୈଠକରେ କି ନିଷ୍ପତ୍ତି ନିଆଯିବ ତା ଉପରେ ନଜର ରହିଛି ।

Spread the love