୧୨ରେ ଘୂର୍ଣ୍ଣିବଳୟ! ୩ ଦିନ ବର୍ଷିବ
ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପୁଣିଥରେ ସକ୍ରିୟ ହୋଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଅନ୍ୟପକ୍ଷରେ ମୌସୁମୀ ନିମ୍ନଚାପ ରେଖା ଆଜି ତାର ସାଧାରଣ ଅବସ୍ଥାନ ଠାରୁ ଦକ୍ଷିଣରେ ରହିବା ସହ ରାଜସ୍ଥାନର ଯଶେଲମେରରୁ ବାହାରି ଅଜମେର, ଗୁନା, ମାଣ୍ଡଲା, ପେନ୍ଦ୍ରାରୋଡ଼, ଝାରସୁଗୁଡା ମଧ୍ୟ ଦେଇ ପଶ୍ଚିମବଙ୍ଗର ଦିଘାରୁ ପୂର୍ବ-ଦକ୍ଷିଣପୂର୍ବ ଦିଗରେ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏଁ ଲମ୍ବିଛି।