ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀରେ ବିଜେଡିର କର୍ମୀ ସମ୍ମିଳନୀ

ଜଗତସିଂହପୁର, ୨୧/୧୦: ଆଜି ତିର୍ତ୍ତୋଲ ନିର୍ବାଚନମଣ୍ଡଳୀର ରଘୁନାଥ ପୁର ବ୍ଲକର ତାରପୁର, ଛପଡା, ଚିକିଣିଆଁ ପଞ୍ଚାୟତରେ ବିଜୁ ଜନତା ଦଳର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।  ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନେତୃତ୍ବରେ ବିଜୁ ଜନତା ଦଳର ବିଧାୟକ ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କ ପାଇଁ ପ୍ରଚାର କରି ଶଙ୍ଖ ଚିହ୍ନ ରେ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ନିବେଦନ କରିଛନ୍ତିି।

ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଂଜୟ କୁମାର ଦାସବର୍ମା, ପୂର୍ବତନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ, ପଞ୍ଚାୟତ ପର୍ଯ୍ୟବେକ୍ଷକ ରାଜା ଚକ୍ର, ରାଜ୍ୟ ବିଜୁ ଯୁବ ଜନତା ଦଳର ସମ୍ପାଦକ କିଶୋର କୁମାର ନାୟକ, ବ୍ଲକ ସଭାପତି ଦେବାଶିଷ ତ୍ରିପାଠୀ, ବ୍ଲକ ଅଧ୍ୟକ୍ଷା ସ୍ବପ୍ନା ସରିତା ବଳ, ଜିଲ୍ଲା ପରିଷଦ ସଦସ୍ୟା ଡେଜାଲିନ୍ ମହାପାତ୍ର ଓ ଅନ୍ୟମାନେ ଉପସ୍ଥିତି ଥିଲେ ।

Spread the love