ଆଜି ୧୨୯ ଚିହ୍ନଟ, ରାଜ୍ୟରେ ୧୯୪୮ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର, ୩୧/୦୫: ଆଜି ରାଜ୍ୟରେ ଆଉ ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୯୪୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦେଇଛି । ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୧୨୯ ଜଣଙ୍କ ମଧ୍ୟରୁ ୧୧୯ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଏବଂ ୧୦ ଜଣ ସ୍ଥାନୀୟ ବ୍ୟକ୍ତି ରହିଥିବା ଜଣାପଡିଛି ।

ଆଜି  କେନ୍ଦ୍ରାପଡା ଜିଲ୍ଲାରୁ ସର୍ବାଧିକ ୧୮ ଜଣ ରହିଥିବାବେଳେ ଗଞ୍ଜାମ ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୧୦ ଜଣ, ବାଲେଶ୍ବର ଜିଲ୍ଲାରୁ ୬ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, କଟକ ଜିଲ୍ଲାରୁ ୫ଜଣ, ପୁରୀ ଜିଲ୍ଲାରୁ ୪ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୨ ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୧୬ଜଣ , ଦେବଗଡ ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୩ ଜଣ , ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ଜଣେ ରହିଥିବା ବେଳେ ବରଗଡ ଜିଲ୍ଲାରୁ ୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୯୪୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୦୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୭ ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଦୁଇଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟରୋଗ ଯୋଗୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୮୮୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Spread the love