ଆଜି ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ, ପଢନ୍ତୁ କେଉଁ ଜିଲ୍ଲାରୁ କେତେ

ଆଜି ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଆଜି ଚିହ୍ନଟ ହୋଇଥିବା ୨୨୫ ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୯୨ ଜଣ,
ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ ରହିଛନ୍ତି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୭୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୨୩୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୪୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ୧୦ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

Spread the love