ରାଜ୍ୟରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

 ରାଜ୍ୟରେ ୪,୧୯୮ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଛି। ତେବେ ପ୍ରଥମ ଥର ପାଇଁ ରାଜ୍ୟରେ ଗୋଟିଏ ଦିନରେ ଚାରି ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୭୨୨ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୫୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୫,୦୦୫ରେ ପହଞ୍ଚିଥିବା ବେଳେ  ୧,୧୮,୬୪୨ ସୁସ୍ଥ ହୋଇସାରିଛନ୍ତି। ୩୫,୬୭୩ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ୬୩୭ ଜଣଙ୍କର ଏଥିରେ ମୃତ୍ୟୁ ହୋଇସାରିଲାଣି।
Spread the love