ଆଜି ସପ୍ତପୁରୀ ଅମାବାସ୍ୟା

ଆଜି ସପ୍ତପୁରୀ ଅମାବାସ୍ୟା। ଶ୍ରୀଜିଉଙ୍କଠାରେ ଲାଗି ହେବ ସପ୍ତପୁରୀ ଭୋଗ। ଆଜିର ଏହି ଅମାବାସ୍ୟା ତିଥିରେ ଓଡ଼ିଆ ଜାତିର ଆରାଧ୍ୟ ଦେବତା ଭଗବାନ ଶ୍ରୀଜଗନ୍ନାଥଙ୍କ ଠାରେ ସପ୍ତପୁରୀ ଭୋଗ ଲାଗିଥାଏ । ଆଜି ଠାକୁରଙ୍କ ଅବକାଶ ନୀତି ସରିବା ପରେ ଠାକୁରଙ୍କୁ ବେଶ କରାଯାଇଥିଲା। ଗମ୍ଭିରାରେ ପାଣି ପଡ଼ି ଟେରା ବନ୍ଧାଯିବା ପରେ ସକାଳ ଧୂପ ସହ ସାତପୁରୀ ଭୋଗ ରୋଷ ଘରୁ ଆସିଥିଲା। ଏହାପରେ ପୂଜାପଣ୍ଡା ଷୋଡଶ ଉପଚାରରେ ପୂଜା କରିଥିଲେ। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଆଜି ବିଶେଷ ପୂଜାନୀତି ସହ ସନ୍ଧ୍ୟା ଧୂପ ହେବ। ଗତକାଲି ଅଠରନଳା ନିକଟରେ ଅବସ୍ଥିତ ମା ଆଲାମଚଣ୍ଡୀ ମନ୍ଦିରରୁ ସପ୍ତପୁରୀ ଭୋଗ ପାଇଁ ଆବଶ୍ୟକ ତାଡ଼ ଶ୍ରୀମନ୍ଦିରରେ ପହଂଚିବା ପରେ ଚତୁଃର୍ପାଶ୍ୱ ବୁଲି ତାଡ ଗୁଡିକୁ ରୋଷ ବେହେରଣରେ ରଖାଯାଇଥିଲା ।

Spread the love