ଆଜି ମନ୍ତ୍ରୀ ପରିଷଦର ବୈଠକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ମ ପାଳିର ଦ୍ୱିତୀୟ ଥର ମନ୍ତ୍ରିମଣ୍ଡଳ ଗଠନ କରିସାରିଛନ୍ତି। ଇତିମଧ୍ୟରେ ସବୁ ମନ୍ତ୍ରୀ ଦାୟିତ୍ୱ ନେଇ ସାରିଥିବାବେଳେ ଆଜି ପ୍ରଥମ ମନ୍ତ୍ରୀ ପରିଷଦ ବୈଠକ ବସିବ ବୋଲି ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏହି ବୈଠକ ବସିବ। ଏଥିରେ ବଜେଟ୍‌ ଏବଂ ସରକାରଙ୍କ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଆଲୋଚନା ସହ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ନିଷ୍ପତ୍ତି ହେବ ବୋଲି ଜଣାପଡିଛି।

Spread the love